୯ଟି ବିଭାଗରେ ୧୩୨୬ ଯୁବକଯୁବତୀଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

Spread the love

ସୁନ୍ଦରଗଡ଼ ଲାଇଭ୍: ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ନିଯୁକ୍ତି ପ୍ରକ୍ରିୟାକୁ ଆହୁରି ତ୍ୱରାନ୍ୱିତ କରାଯାଇଛି। ଭୁବନେଶ୍ୱର ରେଳ ଅଡିଟୋରିଅମଠାରେ ଆୟୋଜିତ ୧୬ତମ ନିଯୁକ୍ତି ମେଳାରେ ୯ଟି ପ୍ରମୁଖ ବିଭାଗର ୧,୩୨୬ ଜଣ ନବନିଯୁକ୍ତଙ୍କୁ ସରକାରୀ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି।

ଏହି ନିଯୁକ୍ତି ମେଳାରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗରେ ୩୬୪ ଜଣ କନିଷ୍ଠ ଯନ୍ତ୍ରୀ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗରେ ୩୬୧ ଜଣ କନିଷ୍ଠ ଯନ୍ତ୍ରୀ, ଶକ୍ତି ବିଭାଗ ଓ ଓଏଚ୍‌ପିସିରେ ୧୨ ଜଣ କନିଷ୍ଠ ଯନ୍ତ୍ରୀ ଏବଂ ୨୨୮ ଜଣ ଟ୍ରେନିଙ୍କୁ ନିଯୁକ୍ତି ମିଳିଛି। ସେହିପରି କୃଷି ଓ କୃଷକ ସଶକ୍ତୀକରଣ ବିଭାଗରେ ୧୧୮ ଜଣ ସହକାରୀ କୃଷି ଅଧିକାରୀ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗରେ ୧୧୧ ଜଣ ସହକାରୀ ପ୍ରାଧ୍ୟାପକ, ମତ୍ସ୍ୟ ଓ ପ୍ରାଣିସମ୍ପଦ ବିଭାଗରେ ୧୫ ଜଣ କନିଷ୍ଠ ଯନ୍ତ୍ରୀ ଓ ୭୧ ଜଣ ପ୍ରାଣିଧନ ନିରୀକ୍ଷକ, କ୍ରୀଡ଼ା ବିଭାଗରେ ୨୬ ଜଣ କନିଷ୍ଠ ପ୍ରଶିକ୍ଷକ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗରେ ୧୦ ଜଣ ପ୍ରଶିକ୍ଷକ ଏବଂ ଅବକାରୀ ବିଭାଗରେ ୧୦ ଜଣ ଉପ-ନିରୀକ୍ଷକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି।

ନବନିଯୁକ୍ତ କର୍ମଚାରୀଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସରକାରୀ ଚାକିରିର ମୂଳ ଲକ୍ଷ୍ୟ ହେଉଛି ଜନସେବା। ସମାଜର ଶେଷ ଧାଡ଼ିରେ ଥିବା ଲୋକ ପାଖରେ ସମସ୍ତ ସରକାରୀ ସୁବିଧା ସମୟବଦ୍ଧ ଭାବେ ପହଞ୍ଚାଇବା ପ୍ରଶାସନର ନୈତିକ କର୍ତ୍ତବ୍ୟ। ୨୦୨୪ ଜୁନ୍ ମାସରୁ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୪୫,୪୦୮ ଜଣଙ୍କୁ ସରକାରୀ ନିଯୁକ୍ତି ଦିଆସରିଛି। ଏହାସହ ଗତ ଦୁଇ ବର୍ଷରେ ଆସିଥିବା ୨୧ ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ ମାଧ୍ୟମରେ ଆଗାମୀ ଦିନରେ ୨୦ ଲକ୍ଷ ଯୁବକଯୁବତୀଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ।

ଏହି କାର୍ଯ୍ୟକ୍ରମରେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ, ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଏବଂ ମତ୍ସ୍ୟ ଓ ପ୍ରାଣିସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ।

Related Posts

ପଞ୍ଚାୟତ ଦଖଲ ପାଇଁ ତିନି ଦଳର ଅଙ୍କକଷା

Spread the love

Spread the loveସୁନ୍ଦରଗଡ଼ ଲାଇଭ୍ : ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପାଖେଇ ଆସୁଥିବା ବେଳେ ଗ୍ରାମାଞ୍ଚଳ ଭୋଟରଙ୍କ ମନ ଜିଣିବା ପାଇଁ ରାଜ୍ୟର ତିନି ପ୍ରମୁଖ ରାଜନୈତିକ ଦଳ (ବିଜେପି, ବିଜେଡି ଓ କଂଗ୍ରେସ) ଏବେଠୁ ନିଜ ନିଜର ପ୍ରସ୍ତୁତି ଓ…

କୃଷକଙ୍କ ସୁରକ୍ଷା ନେଇ ୧୫ରୁ ରାଜ୍ୟବ୍ୟାପୀ ପ୍ରତିବାଦ କରିବ କଂଗ୍ରେସ

Spread the love

Spread the loveସୁନ୍ଦରଗଡ଼ ଲାଇଭ୍ : ରାଜ୍ୟରେ ଚାଷୀଙ୍କ ସୁରକ୍ଷା, ଖରିଫ ଋତୁର ଧାନ/ଚାଉଳ ନ ଉଠିବା ଏବଂ କୃଷକ ସମସ୍ୟାର ବିଫଳତାକୁ ନେଇ ସେପ୍ଟେମ୍ବର ୧୫ରୁ ନଭେମ୍ବର ୧୫ ତାରିଖ ପର୍ଯ୍ୟନ୍ତ ପ୍ରଦେଶ କିସାନ କଂଗ୍ରେସ ପକ୍ଷରୁ ରାଜ୍ୟବ୍ୟାପୀ ପ୍ରତିବାଦ…

Leave a Reply

Your email address will not be published. Required fields are marked *

You Missed

ପଞ୍ଚାୟତ ଦଖଲ ପାଇଁ ତିନି ଦଳର ଅଙ୍କକଷା

  • By admin
  • September 6, 2026
  • 19 views
ପଞ୍ଚାୟତ ଦଖଲ ପାଇଁ ତିନି ଦଳର ଅଙ୍କକଷା

କୃଷକଙ୍କ ସୁରକ୍ଷା ନେଇ ୧୫ରୁ ରାଜ୍ୟବ୍ୟାପୀ ପ୍ରତିବାଦ କରିବ କଂଗ୍ରେସ

  • By admin
  • September 6, 2026
  • 7 views
କୃଷକଙ୍କ ସୁରକ୍ଷା ନେଇ ୧୫ରୁ ରାଜ୍ୟବ୍ୟାପୀ ପ୍ରତିବାଦ କରିବ କଂଗ୍ରେସ

ଦେଶରେ ମ୍ୟାଲେରିଆରେ ଓଡ଼ିଶା ପ୍ରଥମ: ଦମନ ପାଇଁ ଆସିବ ନୂଆ ରଣନୀତି

  • By admin
  • September 6, 2026
  • 14 views
ଦେଶରେ ମ୍ୟାଲେରିଆରେ ଓଡ଼ିଶା ପ୍ରଥମ: ଦମନ ପାଇଁ ଆସିବ ନୂଆ ରଣନୀତି

୨୦୨୯ ସୁଦ୍ଧା ଭାରତ ନିଶାମୁକ୍ତ ହେବ: ଅମିତ ଶାହ

  • By admin
  • September 6, 2026
  • 11 views
୨୦୨୯ ସୁଦ୍ଧା ଭାରତ ନିଶାମୁକ୍ତ ହେବ: ଅମିତ ଶାହ

ଶିକ୍ଷକ ଆନ୍ଦୋଳନ ସମସ୍ୟାର ଖୁବ୍‌ଶୀଘ୍ର ନିଷ୍ପତ୍ତି ନେଇ ମନ୍ତ୍ରୀଙ୍କ ପ୍ରତିଶ୍ରୁତି

  • By admin
  • September 5, 2026
  • 32 views
ଶିକ୍ଷକ ଆନ୍ଦୋଳନ ସମସ୍ୟାର ଖୁବ୍‌ଶୀଘ୍ର ନିଷ୍ପତ୍ତି ନେଇ ମନ୍ତ୍ରୀଙ୍କ ପ୍ରତିଶ୍ରୁତି

ସ୍ୱାମୀ ଅସୁସ୍ଥ ଥିବା କହି ଘରୁ ଡାକି ନେଇ ମହିଳାଙ୍କୁ ଦୁଷ୍କର୍ମ

  • By admin
  • September 5, 2026
  • 142 views
ସ୍ୱାମୀ ଅସୁସ୍ଥ ଥିବା କହି ଘରୁ ଡାକି ନେଇ ମହିଳାଙ୍କୁ ଦୁଷ୍କର୍ମ