ବ୍ରାଉନ୍ ସୁଗାର କାରବାରର ପର୍ଦ୍ଦାଫାସ, ଦୁଇ ଗିରଫ

Spread the love

ସୁନ୍ଦରଗଡ଼ ଲାଇଭ୍ : ସୁନ୍ଦରଗଡ଼ ଜିଲ୍ଲାର ହେମଗିର ବ୍ଲକ୍ ଅନ୍ତର୍ଗତ ଡୁଡୁକା ଗ୍ରାମରେ ବ୍ରାଉନ୍ ସୁଗାର କାରବାର ଅଭିଯୋଗରେ ପୁଲିସ ଚଢ଼ାଉ କରି ଦୁଇ ଜଣଙ୍କୁ ଗିରଫ କରିଛି। ଡୁଡୁକା କଲେଜ ପଛପଟ ପଡ଼ିଆରେ ବିଳମ୍ବିତ ରାତିରେ ଏହି ଚଢ଼ାଉ କରାଯାଇଥିବା ଜଣାପଡ଼ିଛି। ବିଶ୍ୱସ୍ତ ସୂତ୍ରରୁ ସୂଚନା ପାଇ ବଲିଙ୍ଗା ଫାଣ୍ଡି ପୁଲିସ ଘଟଣାସ୍ଥଳରେ ପହଞ୍ଚି ଚଢ଼ାଉ କରିଥିଲା। ଏହି ସମୟରେ ମୋଟ ୮.୧୨ ଗ୍ରାମ ବ୍ରାଉନ୍ ସୁଗାର ଜବତ କରାଯାଇଥିବା ପୁଲିସ ପକ୍ଷରୁ ସୂଚନା ମିଳିଛି।

ଗିରଫ ଦୁଇ ଜଣ ହେଲେ ଡୁଡୁକା ଗ୍ରାମର ଭବାନୀ ନାଏକ (୩୯) ଏବଂ ଟିଠେଇଟାଙ୍ଗର ଗ୍ରାମର ମନୋଜ ଭୋଇ (୩୯)। ସେମାନଙ୍କ ନିକଟରୁ ବ୍ରାଉନ୍ ସୁଗାର ସହ ବ୍ୟବହୃତ ମୋବାଇଲ ଫୋନ୍ ଏବଂ ପ୍ରାୟ ୧୦,୫୦୦ ଟଙ୍କା ନଗଦ ଜବତ କରାଯାଇଛି। ଏନେଇ ହେମଗିର ଥାନାରେ କେସ୍ ନଂ-୩୭୪/୨୦୨୬, ଏନ୍‌ଡିପିଏସ୍ ଆଇନର ଧାରା ୨୧(ବି)/୨୯ ଅନୁଯାୟୀ ମାମଲା ରୁଜୁ ହୋଇଛି। ପରେ ଗିରଫ ଦୁଇ ଜଣଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଜଣାପଡ଼ିଛି।

ଖଣି-ଖାଦାନ ପାଇଁ ସୁନ୍ଦରଗଡ଼ ଜିଲ୍ଲାରେ ନିଜସ୍ୱ ପରିଚୟ ରଖିଥିବା ହେମଗିର ଅଞ୍ଚଳରେ ବ୍ରାଉନ୍ ସୁଗାର ଭଳି ନିଶାଦ୍ରବ୍ୟର କାରବାର ନେଇ ସ୍ଥାନୀୟ ମହଲରେ ଚିନ୍ତା ପ୍ରକାଶ ପାଉଛି। ନିଶାଦ୍ରବ୍ୟର କାରବାର ଯୁବପିଢ଼ି ଓ ସାଧାରଣ ପରିବାର ଉପରେ ନକାରାତ୍ମକ ପ୍ରଭାବ ପକାଇପାରେ। ତେଣୁ ଏଭଳି କାରବାର ଉପରେ ରୋକ୍ ଲଗାଇବା ପାଇଁ ପୁଲିସ ଓ ପ୍ରଶାସନ ପକ୍ଷରୁ ନିୟମିତ ଯାଞ୍ଚ ଏବଂ କଠୋର ଆଇନଗତ ପଦକ୍ଷେପ ନେବାକୁ ଦାବି ହେଉଛି।

Related Posts

ପଞ୍ଚାୟତ ଦଖଲ ପାଇଁ ତିନି ଦଳର ଅଙ୍କକଷା

Spread the love

Spread the loveସୁନ୍ଦରଗଡ଼ ଲାଇଭ୍ : ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପାଖେଇ ଆସୁଥିବା ବେଳେ ଗ୍ରାମାଞ୍ଚଳ ଭୋଟରଙ୍କ ମନ ଜିଣିବା ପାଇଁ ରାଜ୍ୟର ତିନି ପ୍ରମୁଖ ରାଜନୈତିକ ଦଳ (ବିଜେପି, ବିଜେଡି ଓ କଂଗ୍ରେସ) ଏବେଠୁ ନିଜ ନିଜର ପ୍ରସ୍ତୁତି ଓ…

କୃଷକଙ୍କ ସୁରକ୍ଷା ନେଇ ୧୫ରୁ ରାଜ୍ୟବ୍ୟାପୀ ପ୍ରତିବାଦ କରିବ କଂଗ୍ରେସ

Spread the love

Spread the loveସୁନ୍ଦରଗଡ଼ ଲାଇଭ୍ : ରାଜ୍ୟରେ ଚାଷୀଙ୍କ ସୁରକ୍ଷା, ଖରିଫ ଋତୁର ଧାନ/ଚାଉଳ ନ ଉଠିବା ଏବଂ କୃଷକ ସମସ୍ୟାର ବିଫଳତାକୁ ନେଇ ସେପ୍ଟେମ୍ବର ୧୫ରୁ ନଭେମ୍ବର ୧୫ ତାରିଖ ପର୍ଯ୍ୟନ୍ତ ପ୍ରଦେଶ କିସାନ କଂଗ୍ରେସ ପକ୍ଷରୁ ରାଜ୍ୟବ୍ୟାପୀ ପ୍ରତିବାଦ…

Leave a Reply

Your email address will not be published. Required fields are marked *

You Missed

ପଞ୍ଚାୟତ ଦଖଲ ପାଇଁ ତିନି ଦଳର ଅଙ୍କକଷା

  • By admin
  • September 6, 2026
  • 20 views
ପଞ୍ଚାୟତ ଦଖଲ ପାଇଁ ତିନି ଦଳର ଅଙ୍କକଷା

କୃଷକଙ୍କ ସୁରକ୍ଷା ନେଇ ୧୫ରୁ ରାଜ୍ୟବ୍ୟାପୀ ପ୍ରତିବାଦ କରିବ କଂଗ୍ରେସ

  • By admin
  • September 6, 2026
  • 7 views
କୃଷକଙ୍କ ସୁରକ୍ଷା ନେଇ ୧୫ରୁ ରାଜ୍ୟବ୍ୟାପୀ ପ୍ରତିବାଦ କରିବ କଂଗ୍ରେସ

ଦେଶରେ ମ୍ୟାଲେରିଆରେ ଓଡ଼ିଶା ପ୍ରଥମ: ଦମନ ପାଇଁ ଆସିବ ନୂଆ ରଣନୀତି

  • By admin
  • September 6, 2026
  • 14 views
ଦେଶରେ ମ୍ୟାଲେରିଆରେ ଓଡ଼ିଶା ପ୍ରଥମ: ଦମନ ପାଇଁ ଆସିବ ନୂଆ ରଣନୀତି

୨୦୨୯ ସୁଦ୍ଧା ଭାରତ ନିଶାମୁକ୍ତ ହେବ: ଅମିତ ଶାହ

  • By admin
  • September 6, 2026
  • 12 views
୨୦୨୯ ସୁଦ୍ଧା ଭାରତ ନିଶାମୁକ୍ତ ହେବ: ଅମିତ ଶାହ

ଶିକ୍ଷକ ଆନ୍ଦୋଳନ ସମସ୍ୟାର ଖୁବ୍‌ଶୀଘ୍ର ନିଷ୍ପତ୍ତି ନେଇ ମନ୍ତ୍ରୀଙ୍କ ପ୍ରତିଶ୍ରୁତି

  • By admin
  • September 5, 2026
  • 32 views
ଶିକ୍ଷକ ଆନ୍ଦୋଳନ ସମସ୍ୟାର ଖୁବ୍‌ଶୀଘ୍ର ନିଷ୍ପତ୍ତି ନେଇ ମନ୍ତ୍ରୀଙ୍କ ପ୍ରତିଶ୍ରୁତି

ସ୍ୱାମୀ ଅସୁସ୍ଥ ଥିବା କହି ଘରୁ ଡାକି ନେଇ ମହିଳାଙ୍କୁ ଦୁଷ୍କର୍ମ

  • By admin
  • September 5, 2026
  • 142 views
ସ୍ୱାମୀ ଅସୁସ୍ଥ ଥିବା କହି ଘରୁ ଡାକି ନେଇ ମହିଳାଙ୍କୁ ଦୁଷ୍କର୍ମ