ସୁନ୍ଦରଗଡ଼ ଲାଇଭ୍: ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବାକୁ ଯାଉଛି। ଏହାର ପ୍ରଭାବରେ ରାଜ୍ୟର ଅନେକ ପ୍ରାନ୍ତରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ପାଇଁ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା କରି ପାଣିପାଗ ବିଭାଗ ପକ୍ଷରୁ ‘ରେଡ୍ ଆଲର୍ଟ’ ଜାରି କରାଯାଇଛି। ସେହିପରି ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, କଟକ, ଢେଙ୍କାନାଳ, ଦେଓଗଡ଼, ଅନୁଗୋଳ ଓ ସୁନ୍ଦରଗଡ଼ ଜିଲ୍ଲାକୁ ‘ଅରେଞ୍ଜ ୱାର୍ଣ୍ଣିଂ’ ଏବଂ ପୁରୀ, ଖୋର୍ଦ୍ଧା, ଭଦ୍ରକ, କେନ୍ଦ୍ରାପଡ଼ା, ବଲାଙ୍ଗୀର ସମେତ ଅନ୍ୟ ଜିଲ୍ଲାଗୁଡ଼ିକୁ ‘ୟେଲୋ ୱାର୍ଣ୍ଣିଂ’ରେ ରଖାଯାଇଛି।
ଏହି ସମ୍ଭାବ୍ୟ ଅବପାତ ଯୋଗୁଁ ୧୨ରୁ ୧୪ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଉପକୂଳବର୍ତ୍ତୀ ସମୁଦ୍ର ଅତ୍ୟନ୍ତ ଅଶାନ୍ତ ରହିବ। ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ଓ ପାଣିପାଗ ବିଭାଗ ପକ୍ଷରୁ ମତ୍ସ୍ୟଜୀବୀମାନଙ୍କୁ ଏହି ଦିନଗୁଡ଼ିକରେ ସମୁଦ୍ର ମଧ୍ୟକୁ ନଯିବା ପାଇଁ ସତର୍କ କରାଯାଇଛି।






