ଫୁଲୁଛି ବୈତରଣୀ, ସାଳନ୍ଦୀ, ଜଳକା, ବୁଢ଼ାବଳଙ୍ଗ ଓ ସୁବର୍ଣ୍ଣରେଖା

Spread the love

ସୁନ୍ଦରଗଡ଼ ଲାଇଭ୍: ଉତ୍ତର ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଲଗାଣ ବର୍ଷା ଏବଂ ଉପରମୁଣ୍ଡରୁ ଆସୁଥିବା ବନ୍ୟାଜଳ ଯୋଗୁଁ ସ୍ଥିତି ଗମ୍ଭୀର ହୋଇପଡ଼ିଛି। ବୈତରଣୀ, ସାଳନ୍ଦୀ, ଜଳକା, ବୁଢ଼ାବଳଙ୍ଗ ଓ ସୁବର୍ଣ୍ଣରେଖା ନଦୀରେ ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଉଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ପ୍ରାୟ ୪୫ଟି ପଞ୍ଜାୟତ ବନ୍ୟାରେ ପ୍ରଭାବିତ ହୋଇଥିବା ବେଳେ ପ୍ରଶାସନ ପକ୍ଷରୁ ବ୍ୟାପକ ଉଦ୍ଧାର ଓ ସ୍ଥାନାନ୍ତରଣ କାର୍ଯ୍ୟ ଜାରି ରହିଛି।

ବୈତରଣୀ ନଦୀର ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ବଡ଼ ବନ୍ୟା ଆସିଛି। କେନ୍ଦୁଝର ଜିଲ୍ଲା ଆନନ୍ଦପୁରଠାରେ ନଦୀର ବିପଦ ସଙ୍କେତ ୩୮.୩୬୦ ମିଟର ଥିବା ବେଳେ ବନ୍ୟାଜଳ ୪୦.୨୫୦ ମିଟରରେ ପ୍ରବାହିତ ହେଉଛି, ଯାହାକି ବିପଦ ସଙ୍କେତଠାରୁ ୧.୮୯ ମିଟର ଉପରେ ରହିଛି। ଆନନ୍ଦପୁର ରିଙ୍ଗ ରୋଡ୍‌ରେ ଘାଇ ସୃଷ୍ଟି ହୋଇ ବନ୍ୟାପାଣି ପ୍ରବେଶ କରିବା ଯୋଗୁଁ ଘସିପୁରା ବ୍ଲକର ଅନେକ ଅଞ୍ଚଳ ଜଳମଗ୍ନ ହୋଇଛି ଏବଂ ଆନନ୍ଦପୁର ପୌରପରିଷଦ ୧୩ ନମ୍ବର ୱାର୍ଡର ସାଉଁନ୍ତି ସାହି ସମ୍ପୂର୍ଣ୍ଣ ପ୍ରଭାବିତ ହୋଇଛି। ସେହିପରି ଝାଡ଼ଖଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ସୁବର୍ଣ୍ଣରେଖା ନଦୀର ଜଳସ୍ତର ବୃଦ୍ଧି ପାଉଥିବା ବେଳେ ବାଲେଶ୍ୱରରେ ବୁଢ଼ାବଳଙ୍ଗ ନଦୀ ମଧ୍ୟ ବିପଦ ସଙ୍କେତ ଅତିକ୍ରମ କରିଛି। ତେବେ ବାରିପଦା ଓ ବେତନଟୀ ଅଞ୍ଚଳରେ ଜଳସ୍ତର ଧୀରେ ଧୀରେ କମିବା ଆଶା କରାଯାଉଛି।

ବାଲେଶ୍ୱର ସଦର ଓ ରେମୁଣା ବ୍ଲକର ପ୍ରାୟ ୧୫ଟି ପଞ୍ଚାୟତରେ ବନ୍ୟା ପ୍ରଭାବ ପଡ଼ିଥିବା ବେଳେ ଭୋଗରାଇ ଓ ବସ୍ତା ବ୍ଲକକୁ ମଧ୍ୟ ସତର୍କ କରାଯାଉଛି। ମୟୂରଭଞ୍ଜ, ଯାଜପୁର ଓ ଭଦ୍ରକ ଜିଲ୍ଲାର ତଳିଆ ଅଞ୍ଚଳଗୁଡ଼ିକ ମଧ୍ୟ ବନ୍ୟାପାଣି ଦ୍ୱାରା ପ୍ରଭାବିତ ହୋଇଛି।

ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ମୋଟ ୧୦ଟି ଓଡ୍ରାଫ୍ (ODRAF) ଓ ୭ଟି ଏନ୍‌ଡିଆରଏଫ୍ (NDRF) ସମେତ ୧୭ଟି ଉଦ୍ଧାରକାରୀ ଟିମ୍ ମୁତୟନ କରାଯାଇଛି। ସେଥିମଧ୍ୟରୁ ବାଲେଶ୍ୱରରେ ୮ଟି, ଯାଜପୁରରେ ୩ଟି, ଭଦ୍ରକରେ ୨ଟି ଏବଂ କେନ୍ଦୁଝରରେ ଗୋଟିଏ ଟିମ୍ ନିୟୋଜିତ ଥିବା ବେଳେ ଅତିରିକ୍ତ ୪ଟି ଟିମ୍‌କୁ ପ୍ରସ୍ତୁତ ରଖାଯାଇଛି। ପ୍ରଭାବିତ ଅଞ୍ଚଳଗୁଡ଼ିକରେ ରିଲିଫ୍ ସେଣ୍ଟର ଖୋଲାଯାଇ ପ୍ରାୟ ୩,୦୦୦ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି ବୋଲି ଏସ୍‌ଆର୍‌ସି ରାଜେଶ ପ୍ରଭାକର ପାଟିଲ ସୂଚନା ଦେଇଛନ୍ତି। ଜିଲ୍ଲାପାଳ ଓ ବରିଷ୍ଠ ଅଧିକାରୀମାନେ ଗ୍ରାଉଣ୍ଡରେ ସ୍ଥିତି ଉପରେ କଡ଼ା ନଜର ରଖିଛନ୍ତି ଏବଂ ମଧ୍ୟମ ଧରଣର ବନ୍ୟାର ସାମ୍ନା କରିବାକୁ ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛି।

Related Posts

ପଞ୍ଚାୟତ ଦଖଲ ପାଇଁ ତିନି ଦଳର ଅଙ୍କକଷା

Spread the love

Spread the loveସୁନ୍ଦରଗଡ଼ ଲାଇଭ୍ : ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପାଖେଇ ଆସୁଥିବା ବେଳେ ଗ୍ରାମାଞ୍ଚଳ ଭୋଟରଙ୍କ ମନ ଜିଣିବା ପାଇଁ ରାଜ୍ୟର ତିନି ପ୍ରମୁଖ ରାଜନୈତିକ ଦଳ (ବିଜେପି, ବିଜେଡି ଓ କଂଗ୍ରେସ) ଏବେଠୁ ନିଜ ନିଜର ପ୍ରସ୍ତୁତି ଓ…

କୃଷକଙ୍କ ସୁରକ୍ଷା ନେଇ ୧୫ରୁ ରାଜ୍ୟବ୍ୟାପୀ ପ୍ରତିବାଦ କରିବ କଂଗ୍ରେସ

Spread the love

Spread the loveସୁନ୍ଦରଗଡ଼ ଲାଇଭ୍ : ରାଜ୍ୟରେ ଚାଷୀଙ୍କ ସୁରକ୍ଷା, ଖରିଫ ଋତୁର ଧାନ/ଚାଉଳ ନ ଉଠିବା ଏବଂ କୃଷକ ସମସ୍ୟାର ବିଫଳତାକୁ ନେଇ ସେପ୍ଟେମ୍ବର ୧୫ରୁ ନଭେମ୍ବର ୧୫ ତାରିଖ ପର୍ଯ୍ୟନ୍ତ ପ୍ରଦେଶ କିସାନ କଂଗ୍ରେସ ପକ୍ଷରୁ ରାଜ୍ୟବ୍ୟାପୀ ପ୍ରତିବାଦ…

Leave a Reply

Your email address will not be published. Required fields are marked *

You Missed

ପଞ୍ଚାୟତ ଦଖଲ ପାଇଁ ତିନି ଦଳର ଅଙ୍କକଷା

  • By admin
  • September 6, 2026
  • 20 views
ପଞ୍ଚାୟତ ଦଖଲ ପାଇଁ ତିନି ଦଳର ଅଙ୍କକଷା

କୃଷକଙ୍କ ସୁରକ୍ଷା ନେଇ ୧୫ରୁ ରାଜ୍ୟବ୍ୟାପୀ ପ୍ରତିବାଦ କରିବ କଂଗ୍ରେସ

  • By admin
  • September 6, 2026
  • 8 views
କୃଷକଙ୍କ ସୁରକ୍ଷା ନେଇ ୧୫ରୁ ରାଜ୍ୟବ୍ୟାପୀ ପ୍ରତିବାଦ କରିବ କଂଗ୍ରେସ

ଦେଶରେ ମ୍ୟାଲେରିଆରେ ଓଡ଼ିଶା ପ୍ରଥମ: ଦମନ ପାଇଁ ଆସିବ ନୂଆ ରଣନୀତି

  • By admin
  • September 6, 2026
  • 14 views
ଦେଶରେ ମ୍ୟାଲେରିଆରେ ଓଡ଼ିଶା ପ୍ରଥମ: ଦମନ ପାଇଁ ଆସିବ ନୂଆ ରଣନୀତି

୨୦୨୯ ସୁଦ୍ଧା ଭାରତ ନିଶାମୁକ୍ତ ହେବ: ଅମିତ ଶାହ

  • By admin
  • September 6, 2026
  • 12 views
୨୦୨୯ ସୁଦ୍ଧା ଭାରତ ନିଶାମୁକ୍ତ ହେବ: ଅମିତ ଶାହ

ଶିକ୍ଷକ ଆନ୍ଦୋଳନ ସମସ୍ୟାର ଖୁବ୍‌ଶୀଘ୍ର ନିଷ୍ପତ୍ତି ନେଇ ମନ୍ତ୍ରୀଙ୍କ ପ୍ରତିଶ୍ରୁତି

  • By admin
  • September 5, 2026
  • 32 views
ଶିକ୍ଷକ ଆନ୍ଦୋଳନ ସମସ୍ୟାର ଖୁବ୍‌ଶୀଘ୍ର ନିଷ୍ପତ୍ତି ନେଇ ମନ୍ତ୍ରୀଙ୍କ ପ୍ରତିଶ୍ରୁତି

ସ୍ୱାମୀ ଅସୁସ୍ଥ ଥିବା କହି ଘରୁ ଡାକି ନେଇ ମହିଳାଙ୍କୁ ଦୁଷ୍କର୍ମ

  • By admin
  • September 5, 2026
  • 142 views
ସ୍ୱାମୀ ଅସୁସ୍ଥ ଥିବା କହି ଘରୁ ଡାକି ନେଇ ମହିଳାଙ୍କୁ ଦୁଷ୍କର୍ମ