ଓଡ଼ିଆ ସଙ୍ଗୀତ ଜଗତରେ ଶୋକ: ପରଲୋକରେ ବର୍ଷୀୟାନ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ

Spread the love

ସୁନ୍ଦରଗଡ଼ ଲାଇଭ୍: ଓଡ଼ିଆ ସଙ୍ଗୀତ ଜଗତରୁ ଅସ୍ତ ହେଲା ଆଉ ଏକ ଉଜ୍ଜ୍ୱଳ ତାରକା। ଅମର ଗାୟକ ପ୍ରଣବ ପଟ୍ଟନାୟକଙ୍କ ବିୟୋଗରେ ସମଗ୍ର ରାଜ୍ୟରେ ଶୋକର ଛାୟା ଖେଳିଯାଇଛି। ୮୮ ବର୍ଷ ବୟସରେ ଭୁବନେଶ୍ୱରସ୍ଥିତ ନିଜ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ନିଜର ମଧୁର କଣ୍ଠ ଓ ଅନନ୍ୟ ଗାୟନ ଶୈଳୀ ପାଇଁ ଶ୍ରୋତାଙ୍କ ହୃଦୟରେ ସେ ଏକ ସ୍ୱତନ୍ତ୍ର ସ୍ଥାନ ତିଆରି କରିଥିଲେ। ‘ମାଝିରେ ଠୁ’ଠାରୁ ‘ନିଝୁମ ରାତି’ ଭଳି ଅନେକ ଲୋକପ୍ରିୟ ଗୀତ ତାଙ୍କ ସୁରିଲା କଣ୍ଠରେ ଜୀବନ୍ତ ହୋଇଉଠିଥିଲା।

୧୯୩୮ ମସିହା ଜାନୁୟାରୀ ୨୦ ତାରିଖରେ ଜନ୍ମଗ୍ରହଣ କରିଥିବା ପ୍ରଣବ ପଟ୍ଟନାୟକ ପିଲାଟିଦିନରୁ ସଙ୍ଗୀତ ପ୍ରତି ଗଭୀର ରୁଚି ରଖିଥିଲେ। ସେ ପ୍ରଥମେ କଟକ ଆକାଶବାଣୀ କେନ୍ଦ୍ରର ସ୍ୱୀକୃତିପ୍ରାପ୍ତ କଣ୍ଠଶିଳ୍ପୀ ଭାବେ ନିଜର ସଙ୍ଗୀତ ଯାତ୍ରା ଆରମ୍ଭ କରିଥିଲେ। ଏହାପରେ ୧୯୫୮ ମସିହାରେ ମୁକ୍ତିଲାଭ କରିଥିବା ପ୍ରସିଦ୍ଧ ଚଳଚ୍ଚିତ୍ର ‘ମା’’ରୁ ସେ ପ୍ରଚ୍ଛଦପଟ୍ଟ ଗାୟକ ଭାବେ କ୍ୟାରିୟର ଆରମ୍ଭ କରିଥିଲେ। ନିଜର ସୁଦୀର୍ଘ କ୍ୟାରିୟର ମଧ୍ୟରେ ସେ ୫୦ରୁ ଅଧିକ ଚଳଚ୍ଚିତ୍ରରେ କଣ୍ଠଦାନ କରିଥିଲେ।

ତାଙ୍କର ଏହି ସଫଳ ସଙ୍ଗୀତ ଯାତ୍ରାରେ ସେ ବାଳକୃଷ୍ଣ ଦାସ, ଉପେନ୍ଦ୍ର କୁମାର, ଅକ୍ଷୟ ମହାନ୍ତି, ଶାନ୍ତନୁ ମହାପାତ୍ର, ପ୍ରଫୁଲ୍ଲ କର, ଭୁବନେଶ୍ୱର ମିଶ୍ର, ବାସୁଦେବ ରଥ ଏବଂ ସ୍ୱରୂପ ନାୟକଙ୍କ ଭଳି ଦିଗ୍ଗଜ ସଙ୍ଗୀତ ନିର୍ଦ୍ଦେଶକଙ୍କ ସ୍ୱର ସଂଯୋଜନାରେ ଗାଇବାର ସୁଯୋଗ ପାଇଥିଲେ। ଓଡ଼ିଆ ସିନେମା ଓ ସଙ୍ଗୀତ ପ୍ରତି ତାଙ୍କର ଅତୁଳନୀୟ ଅବଦାନ ପାଇଁ ସେ ଏକାଧିକବାର ‘ଶ୍ରେଷ୍ଠ ପ୍ରଚ୍ଛଦପଟ୍ଟ ଗାୟକ’ ଭାବେ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଲାଭ କରିବା ସହ ରାଜ୍ୟ ସରକାରଙ୍କ ସର୍ବୋଚ୍ଚ ଚଳଚ୍ଚିତ୍ର ସମ୍ମାନ ‘ଜୟଦେବ ପୁରସ୍କାର’ରେ ସମ୍ମାନିତ ହୋଇଥିଲେ।

ଏହି ସୁରସାଧକଙ୍କ ପରଲୋକରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ନବୀନ ନିଜ ଶୋକବାର୍ତ୍ତାରେ ଉଲ୍ଲେଖ କରିଛନ୍ତି ଯେ, ତାଙ୍କ ସୁମଧୁର ସ୍ୱରରେ ଗାଇଥିବା ଅନେକ ଓଡ଼ିଆ ସଙ୍ଗୀତ ଲୋକଙ୍କ ହୃଦୟରେ କାଳଜୟୀ ହୋଇ ରହିବ ଏବଂ ସଙ୍ଗୀତ ଜଗତକୁ ସମୃଦ୍ଧ କରିବାରେ ତାଙ୍କର ଅବଦାନ ଚିରସ୍ମରଣୀୟ ହୋଇ ରହିବ। ଏହାସହ ସେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାର ସଦଗତି କାମନା କରିଛନ୍ତି।

Related Posts

ପଞ୍ଚାୟତ ଦଖଲ ପାଇଁ ତିନି ଦଳର ଅଙ୍କକଷା

Spread the love

Spread the loveସୁନ୍ଦରଗଡ଼ ଲାଇଭ୍ : ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପାଖେଇ ଆସୁଥିବା ବେଳେ ଗ୍ରାମାଞ୍ଚଳ ଭୋଟରଙ୍କ ମନ ଜିଣିବା ପାଇଁ ରାଜ୍ୟର ତିନି ପ୍ରମୁଖ ରାଜନୈତିକ ଦଳ (ବିଜେପି, ବିଜେଡି ଓ କଂଗ୍ରେସ) ଏବେଠୁ ନିଜ ନିଜର ପ୍ରସ୍ତୁତି ଓ…

କୃଷକଙ୍କ ସୁରକ୍ଷା ନେଇ ୧୫ରୁ ରାଜ୍ୟବ୍ୟାପୀ ପ୍ରତିବାଦ କରିବ କଂଗ୍ରେସ

Spread the love

Spread the loveସୁନ୍ଦରଗଡ଼ ଲାଇଭ୍ : ରାଜ୍ୟରେ ଚାଷୀଙ୍କ ସୁରକ୍ଷା, ଖରିଫ ଋତୁର ଧାନ/ଚାଉଳ ନ ଉଠିବା ଏବଂ କୃଷକ ସମସ୍ୟାର ବିଫଳତାକୁ ନେଇ ସେପ୍ଟେମ୍ବର ୧୫ରୁ ନଭେମ୍ବର ୧୫ ତାରିଖ ପର୍ଯ୍ୟନ୍ତ ପ୍ରଦେଶ କିସାନ କଂଗ୍ରେସ ପକ୍ଷରୁ ରାଜ୍ୟବ୍ୟାପୀ ପ୍ରତିବାଦ…

Leave a Reply

Your email address will not be published. Required fields are marked *

You Missed

ପଞ୍ଚାୟତ ଦଖଲ ପାଇଁ ତିନି ଦଳର ଅଙ୍କକଷା

  • By admin
  • September 6, 2026
  • 20 views
ପଞ୍ଚାୟତ ଦଖଲ ପାଇଁ ତିନି ଦଳର ଅଙ୍କକଷା

କୃଷକଙ୍କ ସୁରକ୍ଷା ନେଇ ୧୫ରୁ ରାଜ୍ୟବ୍ୟାପୀ ପ୍ରତିବାଦ କରିବ କଂଗ୍ରେସ

  • By admin
  • September 6, 2026
  • 7 views
କୃଷକଙ୍କ ସୁରକ୍ଷା ନେଇ ୧୫ରୁ ରାଜ୍ୟବ୍ୟାପୀ ପ୍ରତିବାଦ କରିବ କଂଗ୍ରେସ

ଦେଶରେ ମ୍ୟାଲେରିଆରେ ଓଡ଼ିଶା ପ୍ରଥମ: ଦମନ ପାଇଁ ଆସିବ ନୂଆ ରଣନୀତି

  • By admin
  • September 6, 2026
  • 14 views
ଦେଶରେ ମ୍ୟାଲେରିଆରେ ଓଡ଼ିଶା ପ୍ରଥମ: ଦମନ ପାଇଁ ଆସିବ ନୂଆ ରଣନୀତି

୨୦୨୯ ସୁଦ୍ଧା ଭାରତ ନିଶାମୁକ୍ତ ହେବ: ଅମିତ ଶାହ

  • By admin
  • September 6, 2026
  • 12 views
୨୦୨୯ ସୁଦ୍ଧା ଭାରତ ନିଶାମୁକ୍ତ ହେବ: ଅମିତ ଶାହ

ଶିକ୍ଷକ ଆନ୍ଦୋଳନ ସମସ୍ୟାର ଖୁବ୍‌ଶୀଘ୍ର ନିଷ୍ପତ୍ତି ନେଇ ମନ୍ତ୍ରୀଙ୍କ ପ୍ରତିଶ୍ରୁତି

  • By admin
  • September 5, 2026
  • 32 views
ଶିକ୍ଷକ ଆନ୍ଦୋଳନ ସମସ୍ୟାର ଖୁବ୍‌ଶୀଘ୍ର ନିଷ୍ପତ୍ତି ନେଇ ମନ୍ତ୍ରୀଙ୍କ ପ୍ରତିଶ୍ରୁତି

ସ୍ୱାମୀ ଅସୁସ୍ଥ ଥିବା କହି ଘରୁ ଡାକି ନେଇ ମହିଳାଙ୍କୁ ଦୁଷ୍କର୍ମ

  • By admin
  • September 5, 2026
  • 142 views
ସ୍ୱାମୀ ଅସୁସ୍ଥ ଥିବା କହି ଘରୁ ଡାକି ନେଇ ମହିଳାଙ୍କୁ ଦୁଷ୍କର୍ମ