ସୁନ୍ଦରଗଡ଼ ଲାଇଭ୍: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗରରେ ଏକ ନୂଆ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି। କେନ୍ଦ୍ରୀୟ ମିଆଁମାର ଓ ତା’ର ଆଖପାଖ ଅଞ୍ଚଳରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ବର୍ତ୍ତମାନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟସ୍ଥ ବଙ୍ଗୋପସାଗରରେ ପହଞ୍ଚିଛି, ଯାହା ପ୍ରଭାବରେ ଏହି ଲଘୁଚାପ ସୃଷ୍ଟି ହେବ। ଏହାର ପ୍ରଭାବରେ ଆଗାମୀ ସପ୍ତାହେ ଯାଏଁ ସାରା ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ (IMD) ପୂର୍ବାନୁମାନ କରିଛି।
ଲଘୁଚାପ ପ୍ରଭାବରେ ଅଗଷ୍ଟ ୨୯ ତାରିଖ ସକାଳ ପର୍ଯ୍ୟନ୍ତ ଘଡ଼ଘଡ଼ି ସହ ଭାରି ବର୍ଷା ଜାରି ରହିବ। ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ଚେତାବନୀ ଜାରି କରାଯାଇଛି। ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ମାଲକାନଗିରି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼। କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା, କୋରାପୁଟ ଓ ଗଜପତି।






