ମନ୍ଦିର ଓ ମଠ ପରିଚାଳନା ପାଇଁ ଆସିବ ନୂଆ ନିୟମ

Spread the love

ସୁନ୍ଦରଗଡ଼ ଲାଇଭ୍: ରାଜ୍ୟରେ ମଠ, ମନ୍ଦିର ଓ ଧାର୍ମିକ ଅନୁଷ୍ଠାନଗୁଡ଼ିକର ସୁପରିଚାଳନା ପାଇଁ ପ୍ରଚଳିତ ‘ଓଡ଼ିଶା ହିନ୍ଦୁ ଧାର୍ମିକ ଦେବୋତ୍ତର ଆଇନ ୧୯୫୧’ର ସଂଶୋଧନ କରାଯିବ। ଏହି ନୂତନ ସଂଶୋଧନ ଦ୍ୱାରା ମଠ-ମନ୍ଦିର ପରିଚାଳନା ପାଇଁ ସ୍ପଷ୍ଟ ଓ ନିର୍ଦ୍ଦିଷ୍ଟ ନୀତିନିୟମ ନିର୍ଦ୍ଧାରଣ କରାଯିବ। ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଛସ୍ତରୀୟ ବୈଠକରେ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି।

ବୈଠକରେ ଚାଲୁରହିଥିବା ଆଇନରେ ଥିବା ବହୁ ଅନାବଶ୍ୟକ ଧାରା ଓ ଉପଧାରାକୁ ଯୁଗୋପଯୋଗୀ କରିବା ସହ କମିଶନର, ଅତିରିକ୍ତ କମିଶନର ଏବଂ କ୍ଷମତାପ୍ରାପ୍ତ ଅଧିକାରୀଙ୍କ କ୍ଷମତା ବୃଦ୍ଧି, କ୍ୟାଡର ପୁନର୍ଗଠନ ଓ ଦେବୋତ୍ତର ବିଭାଗରେ ନୂଆ ନିଯୁକ୍ତି ସୃଷ୍ଟି ନେଇ ବ୍ୟାପକ ଆଲୋଚନା ହୋଇଥିଲା। ସଂଶୋଧିତ ଆଇନ କାର୍ଯ୍ୟକାରୀ ହେଲେ ଧାର୍ମିକ ଅନୁଷ୍ଠାନଗୁଡ଼ିକର ପ୍ରଶାସନିକ ଓ ଆର୍ଥିକ ପରିଚାଳନା ଅଧିକ ସୁଦୃଢ଼ ହୋଇପାରିବ ବୋଲି ମନ୍ତ୍ରୀ ଶ୍ରୀ ହରିଚନ୍ଦନ ସୂଚନା ଦେଇଛନ୍ତି।

ଏହି ଉଚ୍ଚସ୍ତରୀୟ ବୈଠକରେ ଲ’ କମିଶନର ଜଷ୍ଟିସ୍‌ ବିଶ୍ୱନାଥ ରଥ, ଆଇନ ବିଭାଗ ପ୍ରମୁଖ ଶାସନ ସଚିବ ଡ. ପବିତ୍ର ମୋହନ ସାମଲ, ଦେବୋତ୍ତର କମିଶନର ସତ୍ୟ ନାରାୟଣ ଷଡ଼ଙ୍ଗୀ, ସ୍ୱତନ୍ତ୍ର ଶାସନ ସଚିବ ପ୍ରଣବ କୁମାର ପାତ୍ର, ଅତିରିକ୍ତ ଶାସନ ସଚିବ ଶିବ ପ୍ରସାଦ ମହାପାତ୍ର ଏବଂ ଅତିରିକ୍ତ ସରକାରୀ ଅଧିବକ୍ତା ମନ୍ମୟ କୁମାର ଦାସ ପ୍ରମୁଖ ଉପସ୍ଥିତ ଥିଲେ।

Related Posts

ପଞ୍ଚାୟତ ଦଖଲ ପାଇଁ ତିନି ଦଳର ଅଙ୍କକଷା

Spread the love

Spread the loveସୁନ୍ଦରଗଡ଼ ଲାଇଭ୍ : ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପାଖେଇ ଆସୁଥିବା ବେଳେ ଗ୍ରାମାଞ୍ଚଳ ଭୋଟରଙ୍କ ମନ ଜିଣିବା ପାଇଁ ରାଜ୍ୟର ତିନି ପ୍ରମୁଖ ରାଜନୈତିକ ଦଳ (ବିଜେପି, ବିଜେଡି ଓ କଂଗ୍ରେସ) ଏବେଠୁ ନିଜ ନିଜର ପ୍ରସ୍ତୁତି ଓ…

କୃଷକଙ୍କ ସୁରକ୍ଷା ନେଇ ୧୫ରୁ ରାଜ୍ୟବ୍ୟାପୀ ପ୍ରତିବାଦ କରିବ କଂଗ୍ରେସ

Spread the love

Spread the loveସୁନ୍ଦରଗଡ଼ ଲାଇଭ୍ : ରାଜ୍ୟରେ ଚାଷୀଙ୍କ ସୁରକ୍ଷା, ଖରିଫ ଋତୁର ଧାନ/ଚାଉଳ ନ ଉଠିବା ଏବଂ କୃଷକ ସମସ୍ୟାର ବିଫଳତାକୁ ନେଇ ସେପ୍ଟେମ୍ବର ୧୫ରୁ ନଭେମ୍ବର ୧୫ ତାରିଖ ପର୍ଯ୍ୟନ୍ତ ପ୍ରଦେଶ କିସାନ କଂଗ୍ରେସ ପକ୍ଷରୁ ରାଜ୍ୟବ୍ୟାପୀ ପ୍ରତିବାଦ…

Leave a Reply

Your email address will not be published. Required fields are marked *

You Missed

ପଞ୍ଚାୟତ ଦଖଲ ପାଇଁ ତିନି ଦଳର ଅଙ୍କକଷା

  • By admin
  • September 6, 2026
  • 20 views
ପଞ୍ଚାୟତ ଦଖଲ ପାଇଁ ତିନି ଦଳର ଅଙ୍କକଷା

କୃଷକଙ୍କ ସୁରକ୍ଷା ନେଇ ୧୫ରୁ ରାଜ୍ୟବ୍ୟାପୀ ପ୍ରତିବାଦ କରିବ କଂଗ୍ରେସ

  • By admin
  • September 6, 2026
  • 7 views
କୃଷକଙ୍କ ସୁରକ୍ଷା ନେଇ ୧୫ରୁ ରାଜ୍ୟବ୍ୟାପୀ ପ୍ରତିବାଦ କରିବ କଂଗ୍ରେସ

ଦେଶରେ ମ୍ୟାଲେରିଆରେ ଓଡ଼ିଶା ପ୍ରଥମ: ଦମନ ପାଇଁ ଆସିବ ନୂଆ ରଣନୀତି

  • By admin
  • September 6, 2026
  • 14 views
ଦେଶରେ ମ୍ୟାଲେରିଆରେ ଓଡ଼ିଶା ପ୍ରଥମ: ଦମନ ପାଇଁ ଆସିବ ନୂଆ ରଣନୀତି

୨୦୨୯ ସୁଦ୍ଧା ଭାରତ ନିଶାମୁକ୍ତ ହେବ: ଅମିତ ଶାହ

  • By admin
  • September 6, 2026
  • 12 views
୨୦୨୯ ସୁଦ୍ଧା ଭାରତ ନିଶାମୁକ୍ତ ହେବ: ଅମିତ ଶାହ

ଶିକ୍ଷକ ଆନ୍ଦୋଳନ ସମସ୍ୟାର ଖୁବ୍‌ଶୀଘ୍ର ନିଷ୍ପତ୍ତି ନେଇ ମନ୍ତ୍ରୀଙ୍କ ପ୍ରତିଶ୍ରୁତି

  • By admin
  • September 5, 2026
  • 32 views
ଶିକ୍ଷକ ଆନ୍ଦୋଳନ ସମସ୍ୟାର ଖୁବ୍‌ଶୀଘ୍ର ନିଷ୍ପତ୍ତି ନେଇ ମନ୍ତ୍ରୀଙ୍କ ପ୍ରତିଶ୍ରୁତି

ସ୍ୱାମୀ ଅସୁସ୍ଥ ଥିବା କହି ଘରୁ ଡାକି ନେଇ ମହିଳାଙ୍କୁ ଦୁଷ୍କର୍ମ

  • By admin
  • September 5, 2026
  • 142 views
ସ୍ୱାମୀ ଅସୁସ୍ଥ ଥିବା କହି ଘରୁ ଡାକି ନେଇ ମହିଳାଙ୍କୁ ଦୁଷ୍କର୍ମ