ସୁଭଦ୍ରା ଟଙ୍କାକୁ ନେଇ ସ୍ତ୍ରୀଙ୍କୁ ହତ୍ୟା, ମଦ୍ୟପ ସ୍ୱାମୀ ଗିରଫ

Spread the love

ସୁନ୍ଦରଗଡ଼ ଲାଇଭ୍: ସୁଭଦ୍ରା ଯୋଜନାର ଟଙ୍କାକୁ ନେଇ ସୃଷ୍ଟି ହୋଇଥିବା ପାରିବାରିକ କଳହ ଶେଷରେ ଜଣେ ମହିଳାଙ୍କ ଜୀବନ ନେଇଛି। ଟଙ୍କା ନଦେବାରୁ ମଦ୍ୟପ ସ୍ୱାମୀ ନିଜ ସ୍ତ୍ରୀଙ୍କୁ ମାଡ଼ ମାରି ହତ୍ୟା କରିବା ପରେ ଘର ପଛପଟ ଲାଟ୍ରିନ୍‌ ଟାଙ୍କିରେ ମୃତଦେହ ଲୁଚାଇ ରଖିଥିବା ଅଭିଯୋଗ ହୋଇଛି। ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ଇନ୍ଦିପୁର ଜୁଆଙ୍ଗ ସାହିରେ ଘଟିଥିବା ଏହି ନିର୍ମମ ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।

ପ୍ରାପ୍ତ ଅଭିଯୋଗ ଅନୁଯାୟୀ, ସୁଭଦ୍ରା ଯୋଜନାରେ ମିଳିଥିବା ସହାୟତା ଟଙ୍କା ନିଜ ହାତକୁ ନେବା ପାଇଁ ଅଭିଯୁକ୍ତ ମଦ୍ୟପ ସ୍ୱାମୀ ସ୍ତ୍ରୀଙ୍କ ସହ ପାଟିତୁଣ୍ଡ ଓ ଝଗଡ଼ା କରିଥିଲେ। ଏହି ବିବାଦ ଉଗ୍ରରୂପ ନେବାରୁ ସ୍ୱାମୀ ପ୍ରଚଣ୍ଡ ମାଡ଼ ମାରିବାରୁ ସ୍ତ୍ରୀଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିଲା। ପୁଲିସଠାରୁ ବଞ୍ଚିବା ପାଇଁ ଅଭିଯୁକ୍ତ ଜଣକ ହତ୍ୟାକାଣ୍ଡ ପରେ ମୃତଦେହକୁ ଘର ପଛପଟେ ଥିବା ମଇଳା ଟାଙ୍କି ଭିତରେ ଫିଙ୍ଗି ଲୁଚାଇ ଦେଇଥିଲେ।

ଘଟଣା ସମ୍ପର୍କରେ ଖବର ପାଇ ଢେଙ୍କାନାଳ ସଦର ଥାନା ପୁଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପୁଲିସ ଅଭିଯୁକ୍ତ ସ୍ୱାମୀଙ୍କୁ ଗିରଫ କରିବା ସହ ଘଟଣାସ୍ଥଳକୁ ନେଇ ‘ସିନ୍‌ ରିକ୍ରିଏସନ୍‌’ (ଘଟଣାର ପୁନରାବୃତ୍ତି) କରାଇଛି। ହତ୍ୟାକାଣ୍ଡର ପୂରା ପୃଷ୍ଠଭୂମି ଓ ଅନ୍ୟାନ୍ୟ କାରଣ ଜାଣିବା ପାଇଁ ପୁଲିସ ପକ୍ଷରୁ ଅଧିକ ଛାନଭିନ୍‌ ଜାରି ରହିଛି।

Related Posts

ପଞ୍ଚାୟତ ଦଖଲ ପାଇଁ ତିନି ଦଳର ଅଙ୍କକଷା

Spread the love

Spread the loveସୁନ୍ଦରଗଡ଼ ଲାଇଭ୍ : ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପାଖେଇ ଆସୁଥିବା ବେଳେ ଗ୍ରାମାଞ୍ଚଳ ଭୋଟରଙ୍କ ମନ ଜିଣିବା ପାଇଁ ରାଜ୍ୟର ତିନି ପ୍ରମୁଖ ରାଜନୈତିକ ଦଳ (ବିଜେପି, ବିଜେଡି ଓ କଂଗ୍ରେସ) ଏବେଠୁ ନିଜ ନିଜର ପ୍ରସ୍ତୁତି ଓ…

କୃଷକଙ୍କ ସୁରକ୍ଷା ନେଇ ୧୫ରୁ ରାଜ୍ୟବ୍ୟାପୀ ପ୍ରତିବାଦ କରିବ କଂଗ୍ରେସ

Spread the love

Spread the loveସୁନ୍ଦରଗଡ଼ ଲାଇଭ୍ : ରାଜ୍ୟରେ ଚାଷୀଙ୍କ ସୁରକ୍ଷା, ଖରିଫ ଋତୁର ଧାନ/ଚାଉଳ ନ ଉଠିବା ଏବଂ କୃଷକ ସମସ୍ୟାର ବିଫଳତାକୁ ନେଇ ସେପ୍ଟେମ୍ବର ୧୫ରୁ ନଭେମ୍ବର ୧୫ ତାରିଖ ପର୍ଯ୍ୟନ୍ତ ପ୍ରଦେଶ କିସାନ କଂଗ୍ରେସ ପକ୍ଷରୁ ରାଜ୍ୟବ୍ୟାପୀ ପ୍ରତିବାଦ…

Leave a Reply

Your email address will not be published. Required fields are marked *

You Missed

ପଞ୍ଚାୟତ ଦଖଲ ପାଇଁ ତିନି ଦଳର ଅଙ୍କକଷା

  • By admin
  • September 6, 2026
  • 19 views
ପଞ୍ଚାୟତ ଦଖଲ ପାଇଁ ତିନି ଦଳର ଅଙ୍କକଷା

କୃଷକଙ୍କ ସୁରକ୍ଷା ନେଇ ୧୫ରୁ ରାଜ୍ୟବ୍ୟାପୀ ପ୍ରତିବାଦ କରିବ କଂଗ୍ରେସ

  • By admin
  • September 6, 2026
  • 7 views
କୃଷକଙ୍କ ସୁରକ୍ଷା ନେଇ ୧୫ରୁ ରାଜ୍ୟବ୍ୟାପୀ ପ୍ରତିବାଦ କରିବ କଂଗ୍ରେସ

ଦେଶରେ ମ୍ୟାଲେରିଆରେ ଓଡ଼ିଶା ପ୍ରଥମ: ଦମନ ପାଇଁ ଆସିବ ନୂଆ ରଣନୀତି

  • By admin
  • September 6, 2026
  • 13 views
ଦେଶରେ ମ୍ୟାଲେରିଆରେ ଓଡ଼ିଶା ପ୍ରଥମ: ଦମନ ପାଇଁ ଆସିବ ନୂଆ ରଣନୀତି

୨୦୨୯ ସୁଦ୍ଧା ଭାରତ ନିଶାମୁକ୍ତ ହେବ: ଅମିତ ଶାହ

  • By admin
  • September 6, 2026
  • 11 views
୨୦୨୯ ସୁଦ୍ଧା ଭାରତ ନିଶାମୁକ୍ତ ହେବ: ଅମିତ ଶାହ

ଶିକ୍ଷକ ଆନ୍ଦୋଳନ ସମସ୍ୟାର ଖୁବ୍‌ଶୀଘ୍ର ନିଷ୍ପତ୍ତି ନେଇ ମନ୍ତ୍ରୀଙ୍କ ପ୍ରତିଶ୍ରୁତି

  • By admin
  • September 5, 2026
  • 31 views
ଶିକ୍ଷକ ଆନ୍ଦୋଳନ ସମସ୍ୟାର ଖୁବ୍‌ଶୀଘ୍ର ନିଷ୍ପତ୍ତି ନେଇ ମନ୍ତ୍ରୀଙ୍କ ପ୍ରତିଶ୍ରୁତି

ସ୍ୱାମୀ ଅସୁସ୍ଥ ଥିବା କହି ଘରୁ ଡାକି ନେଇ ମହିଳାଙ୍କୁ ଦୁଷ୍କର୍ମ

  • By admin
  • September 5, 2026
  • 142 views
ସ୍ୱାମୀ ଅସୁସ୍ଥ ଥିବା କହି ଘରୁ ଡାକି ନେଇ ମହିଳାଙ୍କୁ ଦୁଷ୍କର୍ମ