ସୁନ୍ଦରଗଡ଼ ଲାଇଭ୍: ଉତ୍ତର-ପଶ୍ଚିମ ବଙ୍ଗୋପସାଗର, ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର ଉପକୂଳ ଓଡ଼ିଶା ଏବଂ ଝାଡ଼ଖଣ୍ଡ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଜାରି ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର (IMD)ର ପୂର୍ବାନୁମାନ ଅନୁଯାୟୀ, ଏହି ଲଘୁଚାପ ପ୍ରଣାଳୀ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶା ଓ ଝାଡ଼ଖଣ୍ଡ ଆଡ଼କୁ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ, ଯାହାଫଳରେ ସେପ୍ଟେମ୍ବର ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ।
ଅରେଞ୍ଜ ୱାର୍ଣ୍ଣିଂ (ପ୍ରବଳରୁ ଅତି ପ୍ରବଳ ବର୍ଷା) ପାଇଁ ସୁନ୍ଦରଗଡ଼, କେନ୍ଦୁଝର ଏବଂ ମୟୂରଭଞ୍ଜ। ୟେଲୋ ୱାର୍ଣ୍ଣିଂ (ପ୍ରବଳ ବର୍ଷା) ପାଇଁ ବାଲେଶ୍ୱର, ଭଦ୍ରକ, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଏବଂ ସୁବର୍ଣ୍ଣପୁର ଜିଲ୍ଲାକୁ ସତର୍କ କରାଯାଇଛି।
ବର୍ଷା ଏବଂ ସମ୍ଭାବ୍ୟ ଜଳବନ୍ଦୀ ସମସ୍ୟାକୁ ଦୃଷ୍ଟିରେ ରଖି ନିମ୍ନାଞ୍ଚଳର ଲୋକଙ୍କୁ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।






