ଟଙ୍କା ହେରଫେର ମାମଲାରେ ପୂର୍ବତନ ଜିଲ୍ଲାପାଳଙ୍କ ସହ ୩ ଦୋଷୀ ସାବ୍ୟସ୍ତ

Spread the love

ସୁନ୍ଦରଗଡ଼ ଲାଇଭ୍: ସରକାରୀ ଅର୍ଥ ହେରଫେର ମାମଲାରେ ଢେଙ୍କାନାଳର ପୂର୍ବତନ ଜିଲ୍ଲାପାଳ ତଥା ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ନିତ୍ୟାନନ୍ଦ ମହାନ୍ତିଙ୍କ ସମେତ ତିନି ଜଣ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ପ୍ରାୟ ୯ ଲକ୍ଷ ଟଙ୍କାର ସରକାରୀ ଅର୍ଥ ଆତ୍ମସାତ୍ ଅଭିଯୋଗର ଦୀର୍ଘ ଅଢ଼େଇ ଦଶନ୍ଧି ଅର୍ଥାତ୍ ପ୍ରାୟ ୨୫ ବର୍ଷ ପରେ ଢେଙ୍କାନାଳ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ଏହି ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ଅଦାଲତ ସମସ୍ତ ଦୋଷୀଙ୍କୁ ବର୍ଷେ ଲେଖାଏଁ ସଶ୍ରମ କାରାଦଣ୍ଡ ସହ ଜରିମାନା ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏହା ସହିତ ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀଙ୍କ ପେନସନ୍ ବନ୍ଦ କରିବା ପାଇଁ ଭିଜିଲାନ୍ସ ବିଭାଗ ପକ୍ଷରୁ ଆବଶ୍ୟକୀୟ ଆଇନଗତ ପଦକ୍ଷେପ ଗ୍ରହଣ କରାଯାଉଛି।

ଏହି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ଅନ୍ୟ ଦୁଇ ଜଣ ହେଲେ ଢେଙ୍କାନାଳ ଡିଆରଡିଏର ପୂର୍ବତନ ପ୍ରକଳ୍ପ ନିର୍ଦ୍ଦେଶକ ସୂର୍ଯ୍ୟନାରାୟଣ ଦାସ ଏବଂ ତତ୍କାଳୀନ ପରିବହନ ଠିକାଦାର ସତ୍ୟାନନ୍ଦ ବଳସାମନ୍ତ। ଢେଙ୍କାନାଳରେ ପଦବୀରେ ଥିବା ସମୟରେ ଏହି ଅଧିକାରୀମାନେ ପରିବହନ ଠିକାଦାରଙ୍କ ସହ ମିଶି ବେଆଇନ ଭାବେ ସରକାରୀ କୋଷାଗାରରୁ ପ୍ରାୟ ୯ ଲକ୍ଷ ଟଙ୍କା ହେରଫେର କରିଥିବା ଭିଜିଲାନ୍ସ ତଦନ୍ତରୁ ପ୍ରମାଣିତ ହୋଇଥିଲା। ଭିଜିଲାନ୍ସ କୋର୍ଟଙ୍କ ଏହି କଠୋର ଦଣ୍ଡାଦେଶ ପରେ ପୂର୍ବତନ ସରକାରୀ ଅଧିକାରୀଙ୍କ ମହଲରେ ଚାଞ୍ଚଲ୍ୟ ଖେଳିଯାଇଛି।

Related Posts

ଆଉ ବଢ଼ିବନି ଧାନ ରେଜିଷ୍ଟ୍ରେସନ ଅବଧି: ସମବାୟ ମନ୍ତ୍ରୀ

Spread the love

Spread the loveସୁନ୍ଦରଗଡ଼ ଲାଇଭ୍ : ଚଳିତ ଖରିଫ ଋତୁରେ ଧାନ ବିକ୍ରି ପାଇଁ ରାଜ୍ୟରେ ରେକର୍ଡ ସଂଖ୍ୟକ ଚାଷୀ ପଞ୍ଜୀକରଣ କରିଛନ୍ତି। ଗତକାଲି ସୁଦ୍ଧା ୨୧ ଲକ୍ଷ ୪୨ ହଜାର ୭୨୩ ଜଣ ଚାଷୀ ନିଜର ନାମ ପଞ୍ଜୀକରଣ କରିସାରିଥିବା…

ରାଜ୍ୟ ଶିକ୍ଷା ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ: ଓଡ଼ିଆରେ ପଢ଼ାହେବ ବିଜ୍ଞାନ ଓ ବାଣିଜ୍ୟ

Spread the love

Spread the loveସୁନ୍ଦରଗଡ଼ ଲାଇଭ୍ : ରାଜ୍ୟର ଶିକ୍ଷା ବ୍ୟବସ୍ଥାକୁ ଅଧିକ ସଂସ୍କାରମୂଳକ ଓ ପରୀକ୍ଷାର୍ଥୀ-ଅନୁକୂଳ କରିବା ପାଇଁ ସରକାର ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଏଣିକି ଦଶମ ଶ୍ରେଣୀର ପାଠ୍ୟକ୍ରମ ବଦଳିବା ସହ ଦ୍ୱାଦଶ ଶ୍ରେଣୀ ପାଇଁ ନୂଆ…

Leave a Reply

Your email address will not be published. Required fields are marked *

You Missed

ଆଉ ବଢ଼ିବନି ଧାନ ରେଜିଷ୍ଟ୍ରେସନ ଅବଧି: ସମବାୟ ମନ୍ତ୍ରୀ

  • By admin
  • September 7, 2026
  • 17 views
ଆଉ ବଢ଼ିବନି ଧାନ ରେଜିଷ୍ଟ୍ରେସନ ଅବଧି: ସମବାୟ ମନ୍ତ୍ରୀ

ରାଜ୍ୟ ଶିକ୍ଷା ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ: ଓଡ଼ିଆରେ ପଢ଼ାହେବ ବିଜ୍ଞାନ ଓ ବାଣିଜ୍ୟ

  • By admin
  • September 7, 2026
  • 8 views
ରାଜ୍ୟ ଶିକ୍ଷା ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ: ଓଡ଼ିଆରେ ପଢ଼ାହେବ ବିଜ୍ଞାନ ଓ ବାଣିଜ୍ୟ

ଖୁବଶୀଘ୍ର ହେବ ଛାତ୍ର ସଂସଦ ନିର୍ବାଚନ!

  • By admin
  • September 7, 2026
  • 6 views
ଖୁବଶୀଘ୍ର ହେବ ଛାତ୍ର ସଂସଦ ନିର୍ବାଚନ!

ପଞ୍ଚାୟତ ଦଖଲ ପାଇଁ ତିନି ଦଳର ଅଙ୍କକଷା

  • By admin
  • September 6, 2026
  • 23 views
ପଞ୍ଚାୟତ ଦଖଲ ପାଇଁ ତିନି ଦଳର ଅଙ୍କକଷା

କୃଷକଙ୍କ ସୁରକ୍ଷା ନେଇ ୧୫ରୁ ରାଜ୍ୟବ୍ୟାପୀ ପ୍ରତିବାଦ କରିବ କଂଗ୍ରେସ

  • By admin
  • September 6, 2026
  • 10 views
କୃଷକଙ୍କ ସୁରକ୍ଷା ନେଇ ୧୫ରୁ ରାଜ୍ୟବ୍ୟାପୀ ପ୍ରତିବାଦ କରିବ କଂଗ୍ରେସ

ଦେଶରେ ମ୍ୟାଲେରିଆରେ ଓଡ଼ିଶା ପ୍ରଥମ: ଦମନ ପାଇଁ ଆସିବ ନୂଆ ରଣନୀତି

  • By admin
  • September 6, 2026
  • 17 views
ଦେଶରେ ମ୍ୟାଲେରିଆରେ ଓଡ଼ିଶା ପ୍ରଥମ: ଦମନ ପାଇଁ ଆସିବ ନୂଆ ରଣନୀତି