ସ୍ୱାମୀ ଅସୁସ୍ଥ ଥିବା କହି ଘରୁ ଡାକି ନେଇ ମହିଳାଙ୍କୁ ଦୁଷ୍କର୍ମ

Spread the love

ସୁନ୍ଦରଗଡ଼ ଲାଇଭ୍: ସ୍ୱାମୀ ଅସୁସ୍ଥ ଥିବା କହି ଜଣେ ମହିଳାଙ୍କୁ ଘରୁ ଡାକି ନେଇ ଦୁଷ୍କର୍ମ କରାଯାଇଥିବା ଭଳି ଏକ ଅତ୍ୟନ୍ତ ସଂବେଦନଶୀଳ ଓ ଚାଞ୍ଚଲ୍ୟକର ଘଟଣା ଯାଜପୁର ଜିଲ୍ଲାରେ ସାମ୍ନାକୁ ଆସିଛି। ଏହି ମାମଲାରେ କଳିଙ୍ଗନଗର ଥାନା ପୁଲିସ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ୨ ଅଭିଯୁକ୍ତଙ୍କୁ ଗିରଫ କରିବା ସହ କୋର୍ଟ ଚାଲାଣ କରିଛି।

ସୂଚନାନୁଯାୟୀ, ଗତ ୧ ତାରିଖରେ କଳିଙ୍ଗନଗର ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀଙ୍କ ଦେହ ଖରାପ ଅଛି ଏବଂ ସେ ଚଣ୍ଡିଖୋଲରେ ଅଛନ୍ତି ବୋଲି ଅଭିଯୁକ୍ତମାନେ ଖବର ଦେଇଥିଲେ। ସ୍ୱାମୀଙ୍କ ଅସୁସ୍ଥତା କଥା ଶୁଣି ମହିଳା ଜଣକ ବ୍ୟସ୍ତ ହୋଇ ବସ୍‌ ଯୋଗେ ଚଣ୍ଡିଖୋଲରେ ପହଞ୍ଚିଥିଲେ। ସେଠାରେ ପୂର୍ବରୁ ଉପସ୍ଥିତ ଥିବା ବଡ଼ଚଣା ଥାନା ଅଞ୍ଚଳର ରାମଚନ୍ଦ୍ର ସାହୁ ଓ ଜେନାପୁର ଥାନା ଅଞ୍ଚଳର ଛବିନ୍ଦ୍ର ତରାଇ ମହିଳାଙ୍କୁ ସ୍ୱାମୀଙ୍କ ପାଖକୁ ନେବା ବାହାନାରେ ଏକ ବାଇକ୍‌ରେ ବସାଇ ନିକଟସ୍ଥ ଏକ ପରିତ୍ୟକ୍ତ ବଙ୍ଗଳାକୁ ନେଇଯାଇଥିଲେ। ସେଠାରେ ଉଭୟ ଅଭିଯୁକ୍ତ ମହିଳାଙ୍କ ସହ ଦୁଷ୍କର୍ମ କରିଥିଲେ।

ପରଦିନ (୨ ତାରିଖ) ମହିଳା ଜଣକ ନିଜ ସମ୍ପର୍କୀୟଙ୍କ ସହାୟତାରେ ଘରକୁ ଫେରିବା ପରେ ପ୍ରଥମେ ସୁକିନ୍ଦା ମେଡିକାଲରେ ଚିକିତ୍ସିତ ହୋଇଥିଲେ ଏବଂ ପରେ କଳିଙ୍ଗନଗର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଯାଜପୁର ଏସ୍.ପି.ଙ୍କ ନିର୍ଦ୍ଦେଶକ୍ରମେ କଳିଙ୍ଗନଗର ପୁଲିସ ବିଶେଷ ଟିମ୍ ଗଠନ କରି ଚଣ୍ଡିଖୋଲ ଅଞ୍ଚଳରେ ଚଢ଼ାଉ କରିବା ସହ ଉଭୟ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ଜେରା ସମୟରେ ଅଭିଯୁକ୍ତମାନେ ନିଜର ଅପରାଧ ସ୍ୱୀକାର କରିଥିବା ବେଳେ ଡାକ୍ତରୀ ମାଇନା ପରେ ସେମାନଙ୍କୁ କୋର୍ଟ ଚାଲାଣ କରାଯାଇଛି। ଘଟଣାରେ ବ୍ୟବହୃତ ବାଇକ୍‌ ଓ ମୋବାଇଲ୍‌କୁ ଜବତ କରି ପୁଲିସ ଅଧିକ ତଦନ୍ତ ଜାରି ରଖିଛି।

Related Posts

ପଞ୍ଚାୟତ ଦଖଲ ପାଇଁ ତିନି ଦଳର ଅଙ୍କକଷା

Spread the love

Spread the loveସୁନ୍ଦରଗଡ଼ ଲାଇଭ୍ : ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପାଖେଇ ଆସୁଥିବା ବେଳେ ଗ୍ରାମାଞ୍ଚଳ ଭୋଟରଙ୍କ ମନ ଜିଣିବା ପାଇଁ ରାଜ୍ୟର ତିନି ପ୍ରମୁଖ ରାଜନୈତିକ ଦଳ (ବିଜେପି, ବିଜେଡି ଓ କଂଗ୍ରେସ) ଏବେଠୁ ନିଜ ନିଜର ପ୍ରସ୍ତୁତି ଓ…

କୃଷକଙ୍କ ସୁରକ୍ଷା ନେଇ ୧୫ରୁ ରାଜ୍ୟବ୍ୟାପୀ ପ୍ରତିବାଦ କରିବ କଂଗ୍ରେସ

Spread the love

Spread the loveସୁନ୍ଦରଗଡ଼ ଲାଇଭ୍ : ରାଜ୍ୟରେ ଚାଷୀଙ୍କ ସୁରକ୍ଷା, ଖରିଫ ଋତୁର ଧାନ/ଚାଉଳ ନ ଉଠିବା ଏବଂ କୃଷକ ସମସ୍ୟାର ବିଫଳତାକୁ ନେଇ ସେପ୍ଟେମ୍ବର ୧୫ରୁ ନଭେମ୍ବର ୧୫ ତାରିଖ ପର୍ଯ୍ୟନ୍ତ ପ୍ରଦେଶ କିସାନ କଂଗ୍ରେସ ପକ୍ଷରୁ ରାଜ୍ୟବ୍ୟାପୀ ପ୍ରତିବାଦ…

Leave a Reply

Your email address will not be published. Required fields are marked *

You Missed

ପଞ୍ଚାୟତ ଦଖଲ ପାଇଁ ତିନି ଦଳର ଅଙ୍କକଷା

  • By admin
  • September 6, 2026
  • 20 views
ପଞ୍ଚାୟତ ଦଖଲ ପାଇଁ ତିନି ଦଳର ଅଙ୍କକଷା

କୃଷକଙ୍କ ସୁରକ୍ଷା ନେଇ ୧୫ରୁ ରାଜ୍ୟବ୍ୟାପୀ ପ୍ରତିବାଦ କରିବ କଂଗ୍ରେସ

  • By admin
  • September 6, 2026
  • 8 views
କୃଷକଙ୍କ ସୁରକ୍ଷା ନେଇ ୧୫ରୁ ରାଜ୍ୟବ୍ୟାପୀ ପ୍ରତିବାଦ କରିବ କଂଗ୍ରେସ

ଦେଶରେ ମ୍ୟାଲେରିଆରେ ଓଡ଼ିଶା ପ୍ରଥମ: ଦମନ ପାଇଁ ଆସିବ ନୂଆ ରଣନୀତି

  • By admin
  • September 6, 2026
  • 14 views
ଦେଶରେ ମ୍ୟାଲେରିଆରେ ଓଡ଼ିଶା ପ୍ରଥମ: ଦମନ ପାଇଁ ଆସିବ ନୂଆ ରଣନୀତି

୨୦୨୯ ସୁଦ୍ଧା ଭାରତ ନିଶାମୁକ୍ତ ହେବ: ଅମିତ ଶାହ

  • By admin
  • September 6, 2026
  • 12 views
୨୦୨୯ ସୁଦ୍ଧା ଭାରତ ନିଶାମୁକ୍ତ ହେବ: ଅମିତ ଶାହ

ଶିକ୍ଷକ ଆନ୍ଦୋଳନ ସମସ୍ୟାର ଖୁବ୍‌ଶୀଘ୍ର ନିଷ୍ପତ୍ତି ନେଇ ମନ୍ତ୍ରୀଙ୍କ ପ୍ରତିଶ୍ରୁତି

  • By admin
  • September 5, 2026
  • 32 views
ଶିକ୍ଷକ ଆନ୍ଦୋଳନ ସମସ୍ୟାର ଖୁବ୍‌ଶୀଘ୍ର ନିଷ୍ପତ୍ତି ନେଇ ମନ୍ତ୍ରୀଙ୍କ ପ୍ରତିଶ୍ରୁତି

ସ୍ୱାମୀ ଅସୁସ୍ଥ ଥିବା କହି ଘରୁ ଡାକି ନେଇ ମହିଳାଙ୍କୁ ଦୁଷ୍କର୍ମ

  • By admin
  • September 5, 2026
  • 143 views
ସ୍ୱାମୀ ଅସୁସ୍ଥ ଥିବା କହି ଘରୁ ଡାକି ନେଇ ମହିଳାଙ୍କୁ ଦୁଷ୍କର୍ମ