ଦେଶରେ ମ୍ୟାଲେରିଆରେ ଓଡ଼ିଶା ପ୍ରଥମ: ଦମନ ପାଇଁ ଆସିବ ନୂଆ ରଣନୀତି

Spread the love

ସୁନ୍ଦରଗଡ଼ ଲାଇଭ୍ : ଓଡ଼ିଶାରେ ପୁଣି ମ୍ୟାଲେରିଆ ସଂକ୍ରମଣ ଚିନ୍ତାଜନକ ଭାବେ ବୃଦ୍ଧି ପାଇବାରେ ଲାଗିଛି। ଜାତୀୟ ଭେକ୍ଟର ଜନିତ ରୋଗ ନିୟନ୍ତ୍ରଣ କେନ୍ଦ୍ର (NCVBDC) ର ସମ୍ପ୍ରତି ରିପୋର୍ଟ ଅନୁଯାୟୀ, ଦେଶରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟାରେ ଓଡ଼ିଶା ଶୀର୍ଷ ସ୍ଥାନରେ ରହିଛି। ଚଳିତ ବର୍ଷ ଜୁଲାଇ ଶେଷ ସୁଦ୍ଧା ଦେଶରେ ମୋଟ ୧ ଲକ୍ଷ ୯ ହଜାରରୁ ଅଧିକ ମ୍ୟାଲେରିଆ ରୋଗୀ ଚିହ୍ନଟ ହୋଇଥିବା ବେଳେ ୨୬ ଜଣଙ୍କ ମୃତ୍ୟୁ ଘଟିଛି। ଏଥିମଧ୍ୟରୁ କେବଳ ଓଡ଼ିଶାରେ ସର୍ବାଧିକ ୩୦,୨୬୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଏବଂ ୬ ଜଣଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ ଯେ, ୨୦୨୨ରୁ ୨୦୨୪ ମଧ୍ୟରେ ରାଜ୍ୟରେ ମ୍ୟାଲେରିଆ ସଂକ୍ରମଣ ପ୍ରାୟ ୩ ଗୁଣ ବୃଦ୍ଧି ପାଇଥିଲା। ୨୦୨୪ରେ ୬୮,୬୯୩ଟି ମାମଲା ଏବଂ ୨୦୨୫ରେ ୬୨,୧୩୭ଟି ମାମଲା ସହ ଓଡ଼ିଶା ଦେଶରେ ଶୀର୍ଷରେ ଥିଲା।

ରାଜ୍ୟ / ଜିଲ୍ଲାଚିହ୍ନଟ ମ୍ୟାଲେରିଆ ମାମଲା
ରାଜ୍ୟ ସ୍ତରରେ (ଦେଶର ଅନ୍ୟ ପ୍ରମୁଖ ରାଜ୍ୟ)
ଓଡ଼ିଶା୩୦,୨୬୮
ଝାଡ଼ଖଣ୍ଡ୨୬,୩୯୯
ଚଣ୍ଡିଗଡ଼୧୪,୦୨୨
ମହାରାଷ୍ଟ୍ର୮,୮୯୮
ଆନ୍ଧ୍ରପ୍ରଦେଶ୬,୪୧୪
ମିଜୋରାମ୫,୯୯୧
ଓଡ଼ିଶାର ପ୍ରଭାବିତ ଜିଲ୍ଲା
କଳାହାଣ୍ଡି୧୩,୦୩୪ (ସର୍ବାଧିକ)
ରାୟଗଡ଼ା୧୦,୯୧୩
କନ୍ଧମାଳ୮,୩୪୨
କୋରାପୁଟ୬,୯୫୦
ମାଲକାନଗିରି୬,୫୩୩
ମୟୂରଭଞ୍ଜ୫,୦୦୦

ମ୍ୟାଲେରିଆର କ୍ରମବର୍ଦ୍ଧିଷ୍ଣୁ ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସରକାର ନୂଆ ରଣନୀତି ପ୍ରସ୍ତୁତ କରୁଛନ୍ତି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସଚିବ ଅସ୍ୱତୀ ଏସ୍‌ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ରାଜ୍ୟ ପାଇଁ ଏକ ସ୍ୱତନ୍ତ୍ର ରଣନୀତି ପ୍ରସ୍ତୁତ କରିବାକୁ ବିଶେଷଜ୍ଞ ବୈଷୟିକ ଦଳ (Specialist Technical Team) ଗଠନ କରିବାକୁ ନିଷ୍ପତ୍ତି ନିଆଯାଇଛି।

Related Posts

ପଞ୍ଚାୟତ ଦଖଲ ପାଇଁ ତିନି ଦଳର ଅଙ୍କକଷା

Spread the love

Spread the loveସୁନ୍ଦରଗଡ଼ ଲାଇଭ୍ : ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପାଖେଇ ଆସୁଥିବା ବେଳେ ଗ୍ରାମାଞ୍ଚଳ ଭୋଟରଙ୍କ ମନ ଜିଣିବା ପାଇଁ ରାଜ୍ୟର ତିନି ପ୍ରମୁଖ ରାଜନୈତିକ ଦଳ (ବିଜେପି, ବିଜେଡି ଓ କଂଗ୍ରେସ) ଏବେଠୁ ନିଜ ନିଜର ପ୍ରସ୍ତୁତି ଓ…

କୃଷକଙ୍କ ସୁରକ୍ଷା ନେଇ ୧୫ରୁ ରାଜ୍ୟବ୍ୟାପୀ ପ୍ରତିବାଦ କରିବ କଂଗ୍ରେସ

Spread the love

Spread the loveସୁନ୍ଦରଗଡ଼ ଲାଇଭ୍ : ରାଜ୍ୟରେ ଚାଷୀଙ୍କ ସୁରକ୍ଷା, ଖରିଫ ଋତୁର ଧାନ/ଚାଉଳ ନ ଉଠିବା ଏବଂ କୃଷକ ସମସ୍ୟାର ବିଫଳତାକୁ ନେଇ ସେପ୍ଟେମ୍ବର ୧୫ରୁ ନଭେମ୍ବର ୧୫ ତାରିଖ ପର୍ଯ୍ୟନ୍ତ ପ୍ରଦେଶ କିସାନ କଂଗ୍ରେସ ପକ୍ଷରୁ ରାଜ୍ୟବ୍ୟାପୀ ପ୍ରତିବାଦ…

Leave a Reply

Your email address will not be published. Required fields are marked *

You Missed

ପଞ୍ଚାୟତ ଦଖଲ ପାଇଁ ତିନି ଦଳର ଅଙ୍କକଷା

  • By admin
  • September 6, 2026
  • 19 views
ପଞ୍ଚାୟତ ଦଖଲ ପାଇଁ ତିନି ଦଳର ଅଙ୍କକଷା

କୃଷକଙ୍କ ସୁରକ୍ଷା ନେଇ ୧୫ରୁ ରାଜ୍ୟବ୍ୟାପୀ ପ୍ରତିବାଦ କରିବ କଂଗ୍ରେସ

  • By admin
  • September 6, 2026
  • 7 views
କୃଷକଙ୍କ ସୁରକ୍ଷା ନେଇ ୧୫ରୁ ରାଜ୍ୟବ୍ୟାପୀ ପ୍ରତିବାଦ କରିବ କଂଗ୍ରେସ

ଦେଶରେ ମ୍ୟାଲେରିଆରେ ଓଡ଼ିଶା ପ୍ରଥମ: ଦମନ ପାଇଁ ଆସିବ ନୂଆ ରଣନୀତି

  • By admin
  • September 6, 2026
  • 14 views
ଦେଶରେ ମ୍ୟାଲେରିଆରେ ଓଡ଼ିଶା ପ୍ରଥମ: ଦମନ ପାଇଁ ଆସିବ ନୂଆ ରଣନୀତି

୨୦୨୯ ସୁଦ୍ଧା ଭାରତ ନିଶାମୁକ୍ତ ହେବ: ଅମିତ ଶାହ

  • By admin
  • September 6, 2026
  • 11 views
୨୦୨୯ ସୁଦ୍ଧା ଭାରତ ନିଶାମୁକ୍ତ ହେବ: ଅମିତ ଶାହ

ଶିକ୍ଷକ ଆନ୍ଦୋଳନ ସମସ୍ୟାର ଖୁବ୍‌ଶୀଘ୍ର ନିଷ୍ପତ୍ତି ନେଇ ମନ୍ତ୍ରୀଙ୍କ ପ୍ରତିଶ୍ରୁତି

  • By admin
  • September 5, 2026
  • 31 views
ଶିକ୍ଷକ ଆନ୍ଦୋଳନ ସମସ୍ୟାର ଖୁବ୍‌ଶୀଘ୍ର ନିଷ୍ପତ୍ତି ନେଇ ମନ୍ତ୍ରୀଙ୍କ ପ୍ରତିଶ୍ରୁତି

ସ୍ୱାମୀ ଅସୁସ୍ଥ ଥିବା କହି ଘରୁ ଡାକି ନେଇ ମହିଳାଙ୍କୁ ଦୁଷ୍କର୍ମ

  • By admin
  • September 5, 2026
  • 142 views
ସ୍ୱାମୀ ଅସୁସ୍ଥ ଥିବା କହି ଘରୁ ଡାକି ନେଇ ମହିଳାଙ୍କୁ ଦୁଷ୍କର୍ମ