ଆଉ ନାହାନ୍ତି ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହ: ୫୩ ବର୍ଷ ବୟସରେ ପରଲୋକ

Spread the love

ସୁନ୍ଦରଗଡ଼ ଲାଇଭ୍: ପଶ୍ଚିମ ଓଡ଼ିଶାର ଜଣେ ତୁଙ୍ଗ ରାଜନେତା ତଥା ବିଜୁ ଜନତା ଦଳର ବରିଷ୍ଠ ନେତା, ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କର ଅକାଳ ବିୟୋଗ ଘଟିଛି। ମାତ୍ର ୫୩ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଦୀର୍ଘ ଦିନ ଧରି ଅସୁସ୍ଥ ଥିବା ସୁଶାନ୍ତଙ୍କ ସ୍ୱାସ୍ଥ୍ୟାବସ୍ଥା ଆଜି ସକାଳେ ଅଧିକ ସଙ୍କଟାପନ୍ନ ହୋଇପଡ଼ିଥିଲା। ଡାକ୍ତରୀ ଟିମ୍‌ଙ୍କ ଆପ୍ରାଣ ଚେଷ୍ଟା ସତ୍ତ୍ୱେ ତାଙ୍କୁ ବଞ୍ଚାଯାଇ ପାରିନଥିଲା। ତାଙ୍କର ଏହି ବିୟୋଗ ଖବର ପ୍ରଚାରିତ ହେବା ପରେ ସମଗ୍ର ରାଜ୍ୟର ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି।

ବରଗଡ଼ ଜିଲ୍ଲାର ଭଟଲି ନିର୍ବାଚନ ମଣ୍ଡଳୀରୁ ସୁଶାନ୍ତ ସିଂହ ୨୦୦୯, ୨୦୧୪ ଏବଂ ୨୦୧୯ରେ କ୍ରମାଗତ ତିନିଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ବିଜେଡ଼ି ସରକାର ସମୟରେ ସେ ଶ୍ରମ, ନିୟୋଜନ ଏବଂ ଗ୍ରାମ୍ୟ ଉନ୍ନୟନ ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗର ମନ୍ତ୍ରୀ ଭାବେ ସଫଳତାର ସହ ଦାୟିତ୍ୱ ତୁଲାଇଥିଲେ। ପଶ୍ଚିମ ଓଡ଼ିଶାରେ ଦଳୀୟ ସଂଗଠନକୁ ମଜବୁତ୍ କରିବାରେ ଏବଂ ସାଧାରଣ ଲୋକଙ୍କ ସେବାରେ ତାଙ୍କର ଏକ ସ୍ୱତନ୍ତ୍ର ପରିଚୟ ରହିଥିଲା।

ସ୍ୱର୍ଗତ ସିଂହଙ୍କ ପାର୍ଥିବ ଶରୀରକୁ ରାଜ୍ୟ ବିଧାନସଭା ପରିସରରେ ‘ଗାର୍ଡ ଅଫ୍ ଅନର’ ପ୍ରଦାନ କରାଯାଇଥିଲା। ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ଭଟଲି ବିଧାୟକ ଇରାସୀସ ଆଚାର୍ଯ୍ୟ, ବିଧାୟକ ବାବୁ ସିଂହ, ନିରଞ୍ଜନ ପୂଜାରୀଙ୍କ ସମେତ ଦଳମତ ନିର୍ବିଶେଷରେ ଅନେକ ନେତା ଓ ବିଧାୟକମାନେ ତାଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ତାଙ୍କ ଜନ୍ମମାଟି ଭଟଲିଠାରେ ଶେଷକୃତ୍ୟ ସମ୍ପନ୍ନ ହେବା ନେଇ ସୂଚନା ମିଳିଛି।

ତାଙ୍କର ଅକାଳ ବିୟୋଗରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିବା ସହ ଦଳ ଜଣେ ଦକ୍ଷ ସଂଗଠକ ଓ ଲୋକପ୍ରିୟ ନେତାଙ୍କୁ ହରାଇଲା ବୋଲି ପ୍ରକାଶ କରିଛନ୍ତି। ସେହିପରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏକ୍ସରେ ଶୋକବାର୍ତ୍ତା ପୋଷ୍ଟ କରି ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି।

Related Posts

ପଞ୍ଚାୟତ ଦଖଲ ପାଇଁ ତିନି ଦଳର ଅଙ୍କକଷା

Spread the love

Spread the loveସୁନ୍ଦରଗଡ଼ ଲାଇଭ୍ : ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପାଖେଇ ଆସୁଥିବା ବେଳେ ଗ୍ରାମାଞ୍ଚଳ ଭୋଟରଙ୍କ ମନ ଜିଣିବା ପାଇଁ ରାଜ୍ୟର ତିନି ପ୍ରମୁଖ ରାଜନୈତିକ ଦଳ (ବିଜେପି, ବିଜେଡି ଓ କଂଗ୍ରେସ) ଏବେଠୁ ନିଜ ନିଜର ପ୍ରସ୍ତୁତି ଓ…

କୃଷକଙ୍କ ସୁରକ୍ଷା ନେଇ ୧୫ରୁ ରାଜ୍ୟବ୍ୟାପୀ ପ୍ରତିବାଦ କରିବ କଂଗ୍ରେସ

Spread the love

Spread the loveସୁନ୍ଦରଗଡ଼ ଲାଇଭ୍ : ରାଜ୍ୟରେ ଚାଷୀଙ୍କ ସୁରକ୍ଷା, ଖରିଫ ଋତୁର ଧାନ/ଚାଉଳ ନ ଉଠିବା ଏବଂ କୃଷକ ସମସ୍ୟାର ବିଫଳତାକୁ ନେଇ ସେପ୍ଟେମ୍ବର ୧୫ରୁ ନଭେମ୍ବର ୧୫ ତାରିଖ ପର୍ଯ୍ୟନ୍ତ ପ୍ରଦେଶ କିସାନ କଂଗ୍ରେସ ପକ୍ଷରୁ ରାଜ୍ୟବ୍ୟାପୀ ପ୍ରତିବାଦ…

Leave a Reply

Your email address will not be published. Required fields are marked *

You Missed

ପଞ୍ଚାୟତ ଦଖଲ ପାଇଁ ତିନି ଦଳର ଅଙ୍କକଷା

  • By admin
  • September 6, 2026
  • 21 views
ପଞ୍ଚାୟତ ଦଖଲ ପାଇଁ ତିନି ଦଳର ଅଙ୍କକଷା

କୃଷକଙ୍କ ସୁରକ୍ଷା ନେଇ ୧୫ରୁ ରାଜ୍ୟବ୍ୟାପୀ ପ୍ରତିବାଦ କରିବ କଂଗ୍ରେସ

  • By admin
  • September 6, 2026
  • 9 views
କୃଷକଙ୍କ ସୁରକ୍ଷା ନେଇ ୧୫ରୁ ରାଜ୍ୟବ୍ୟାପୀ ପ୍ରତିବାଦ କରିବ କଂଗ୍ରେସ

ଦେଶରେ ମ୍ୟାଲେରିଆରେ ଓଡ଼ିଶା ପ୍ରଥମ: ଦମନ ପାଇଁ ଆସିବ ନୂଆ ରଣନୀତି

  • By admin
  • September 6, 2026
  • 15 views
ଦେଶରେ ମ୍ୟାଲେରିଆରେ ଓଡ଼ିଶା ପ୍ରଥମ: ଦମନ ପାଇଁ ଆସିବ ନୂଆ ରଣନୀତି

୨୦୨୯ ସୁଦ୍ଧା ଭାରତ ନିଶାମୁକ୍ତ ହେବ: ଅମିତ ଶାହ

  • By admin
  • September 6, 2026
  • 13 views
୨୦୨୯ ସୁଦ୍ଧା ଭାରତ ନିଶାମୁକ୍ତ ହେବ: ଅମିତ ଶାହ

ଶିକ୍ଷକ ଆନ୍ଦୋଳନ ସମସ୍ୟାର ଖୁବ୍‌ଶୀଘ୍ର ନିଷ୍ପତ୍ତି ନେଇ ମନ୍ତ୍ରୀଙ୍କ ପ୍ରତିଶ୍ରୁତି

  • By admin
  • September 5, 2026
  • 33 views
ଶିକ୍ଷକ ଆନ୍ଦୋଳନ ସମସ୍ୟାର ଖୁବ୍‌ଶୀଘ୍ର ନିଷ୍ପତ୍ତି ନେଇ ମନ୍ତ୍ରୀଙ୍କ ପ୍ରତିଶ୍ରୁତି

ସ୍ୱାମୀ ଅସୁସ୍ଥ ଥିବା କହି ଘରୁ ଡାକି ନେଇ ମହିଳାଙ୍କୁ ଦୁଷ୍କର୍ମ

  • By admin
  • September 5, 2026
  • 144 views
ସ୍ୱାମୀ ଅସୁସ୍ଥ ଥିବା କହି ଘରୁ ଡାକି ନେଇ ମହିଳାଙ୍କୁ ଦୁଷ୍କର୍ମ